ଭୁବନେଶ୍ବର ୧୪/୮: ରାଜ୍ୟରେ ହୁ ହୁ ହୋଇ କରୋନ ର ପ୍ରଭାବ ବଢ଼ିବାରେ ଲାଗିଛି ।ଆଜି ଆଉ ୧୦ ଜଣ କରୋନା ରେ ମୃତ୍ୟୁ ବରଣ କରିଛନ୍ତି।୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
78