ନୂଆଦିଲ୍ଲୀ, ୬/୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ହେବେ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ। ରାଷ୍ଟ୍ରପତି କୋବିନ୍ଦ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା ଗ୍ରହଣ ପରେ ମନୋଜ ସିହ୍ନା ଏବେ ଜାମ୍ମୁ କାଶ୍ମୀରର ନୂଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ହେବେ । ଗତକାଲି ଜମ୍ମୁ କାଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ନିଜ ପଦରୁ ଇସ୍ତଫା ଦେଇଥିଲେ ।ଗତବର୍ଷ ଅକ୍ଟୋବର ୩୧ରେ ଓଡିଶାର ମୁର୍ମୁ ଜମ୍ମୁ କାଶ୍ଣୀରର ପ୍ରଥମ ଉପରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ। ଜମ୍ମୁ କାଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଥିଲେ । ତେବେ ରାଷ୍ଟ୍ରପତି ଏହାକୁ ଗ୍ରହଣ କରିଛନ୍ତି।
94